୧୯ଟି ଜିଲ୍ଲାକୁ କାଳବୖଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ 

ଭୁବନେଶ୍ବର- ଆଜି ୧୯ଟି ଜିଲ୍ଲା ପାଇଁ କାଳବୖଶାଖୀ ସତର୍କତା ଜାରି କରିଛି ପାଣିପାଗ ବିଭାଗ । ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଢେଙ୍କାନାଳ, ଅନୁଗୋଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା ଓ କୋରାପୁଟ ଜିଲ୍ଲାର କେତେକ ସ୍ଥାନରେ ବଜ୍ରପାତ ସହ ବର୍ଷା ପବନ ହେବା ସମ୍ଭାବନା ରହିଛି। ଏଥିସହ କିଛି ସ୍ଥାନରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ। ଏ ଦୃଷ୍ଟିରୁ ଏସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ଅନୁସାରେ ଆସନ୍ତାକାଲି କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଅନୁଗୋଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ଖୋର୍ଦ୍ଧା, ପୁରୀ, ନୟାଗଡ଼, କନ୍ଧମାଳ, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ଜିଲ୍ଲାରେ ବଜ୍ରପାତ ସହ ବର୍ଷା ଓ ଘଡ଼ଘଡ଼ିର ସମ୍ଭାବନା ରହିଛି। କନ୍ଧମାଳ, ଗଞ୍ଜାମ, ଗଜପତି, ନୟାଗଡ଼, ପୁରୀ, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲ୍ଲାରେ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବ ।

Comments are closed.