କରଞ୍ଜିଆ ତହସିଲଦାରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବାରିପଦା – ଭିଜିଲାନ୍ସ ଜାଲରେ ଆଉ ଜଣେ ସରକାରୀ ବାବୁ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ତହସିଲଦାରଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ। ତହସିଲଦାର ଚାର୍ଲ୍ସ ନାଏକଙ୍କ ବାସଭବନରେ ଚଢ଼ାଉ କରିଛି ଭିଜିଲାନ୍ସ ଟିମ୍ । ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଏକକାଳୀନ ୩ଟି ସ୍ଥାନରେ ଚଢାଉ ହୋଇଛି । ତହସିଲଦାରଙ୍କ କରଞ୍ଜିଆ ବାସଭବନ, ତହସିଲ କାର୍ଯ୍ୟାଳୟ ଓ ଭଦ୍ରକ ଟାଉନ ସ୍ଥିତ ପୈତୃକ ଘରେ ଚଢ଼ଉ ଜାରି ରହିଛି। ଏ ନେଇ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।

Comments are closed.