ବାହାନଗା ଟ୍ରେନ ଦୁର୍ଘଟଣାସ୍ଥଳ ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ

ବାଲେଶ୍ବର – ବାହାନଗା ଟ୍ରେନ ଦୁର୍ଘଟଣାସ୍ଥଳ ଗସ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।ଦୁର୍ଘଟଣା ସ୍ଥଳରେ ପ୍ରଧାନମନ୍ତ୍ରୀ ସ୍ଥିତି ସମୀକ୍ଷା କରିବା ସହ ଉପସ୍ଥିତ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ।

ଦୁର୍ଘଟଣା ସ୍ଥଳରୁ ମାତ୍ର ଶହେ ମିଟର ଦୂରରେ ପ୍ରଧାନମନ୍ତ୍ରୀଙ୍କ ହେଲିକପ୍ଟର ଲ୍ୟାଣ୍ଡ କରିଥିଲା । ରାଜ୍ୟ ପୋଲିସର ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ସୁରକ୍ଷା ବଳୟରେ ପ୍ରଧାନମନ୍ତ୍ରୀ ଦୁର୍ଘଟଣା ସ୍ଥଳକୁ ଯାଇଥିଲେ । ଦୁର୍ଘଟଣା ସ୍ଥଳରେ ପହଞ୍ଚିବା ପରେ ସେ ଉଦ୍ଧାର ଓ ରିଲିଫ ଅପରେସନ ସମ୍ପର୍କରେ ପଚାରି ବୁଝିଥିଲେ । ଏହାସହ ଆହତ ଓ ମୃତକଙ୍କ ସମ୍ପର୍କରେ ଉପସ୍ଥିତ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି ।

ଗତକାଲି ସନ୍ଧ୍ୟାରେ କରମଣ୍ଡଳ ଏକ୍ସପ୍ରେସ ଓ ବେଙ୍ଗାଳୁରୁ -ହାୱଡା ଏକ୍ସପ୍ରେସ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ବାହାନଗା ନିକଟରେ ପ୍ରଥମେ ଲାଇନଚ୍ୟୁତ ହୋଇଥିଲା କରମଣ୍ଡଳ । ପରେ ସେହିବାଟେ ଆସୁଥିବା ବେଙ୍ଗଲୁରୁ ହାୱଡ଼ା ଏକ୍ସପ୍ରେସ କରମଣ୍ଡଳକୁ ଧକ୍କା ଦେଇଥିଲା । ମୋଟ୍ ୧୭ଟି ବଗି ଲାଇନଚ୍ୟୁତ ହୋଇଥିଲା । ଦୁର୍ଘଟଣାରେ ଏ ପର୍ଯ୍ୟନ୍ତ ୨୮୮ ଜଣଙ୍କ ମୃତ୍ୟୁ ହୋଇଥିବା କୁହାଯାଉଛି । କିନ୍ତୁ ଏହି ସଂଖ୍ୟା ବୃଦ୍ଧି ପାଇବା ଆଶଙ୍କା କରାଯାଉଛି । ୯ ଶହରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି ।

Comments are closed.