କାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷାଫଳ

ଭୁବନେଶ୍ବର -ଆସନ୍ତାକାଲି ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ ଆସନ୍ତାକାଲି ବାହାରିବ। ଏ ନେଇ ସିଏଚଏସଇ ପରୀକ୍ଷା ନିୟନ୍ତ୍ରକଙ୍କ ସୂଚନା ଦେଇଛନ୍ତି।

ଏ ବର୍ଷ ରାଜ୍ୟର ୧ ହଜାର ୧୪୫ଟି ପରୀକ୍ଷା କେନ୍ଦ୍ରରେ ୩ ଲକ୍ଷ ୫୦ ହଜାରରୁ ଅଧିକ ପରୀକ୍ଷାର୍ଥୀ ଯୁକ୍ତ ଦୁଇ ପରୀକ୍ଷା ଦେଇଛନ୍ତି। କଳାରେ ୨ ଲକ୍ଷ ୩୩ ହଜାର ୮୫୫, ବିଜ୍ଞାନରେ ୯୩ ହଜାର ୮୯୪ ଓ ବାଣିଜ୍ୟରେ ୨୪ ହଜାର ୩୧୧ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେଇଛନ୍ତି ।

Comments are closed.