ଦିନ ୧୧ଟାରେ ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ

ଭୁବନେଶ୍ବର- ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ବିଜ୍ଞାନ ଓ ବାଣିଜ୍ୟ ପରୀକ୍ଷା ଫଳ। ଦିନ ୧୧ଟାରେ ଭୁବନେଶ୍ୱର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଫଳାଫଳ ଆନୁଷ୍ଠାନିକ ଭାବେ ଘୋଷଣା ହେବ । ପରେ ଛାତ୍ରଛାତ୍ରୀ ମାନେ www. orissaresults.nic.in ୱେବସାଇଟ ଓ ସାମ୍ସ ପୋର୍ଟାଲରୁ ଫଳାଫଳ ଜାଣିପାରିବେ।

ଏ ବର୍ଷ ମାର୍ଚ୍ଚ ୧ରୁ ଏପ୍ରିଲ ୫ ଯାଏଁ ଯୁକ୍ତ ଦୁଇ ପରୀକ୍ଷା ହୋଇଥିଲା। ୧ ହଜାର ୧୪୫ ପରୀକ୍ଷା କେନ୍ଦ୍ରରେ ସାଢେ ୩ ଲକ୍ଷ ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ । ଯୁକ୍ତ ୨ କଳାରେ ୨ ଲକ୍ଷ ୧୯ହଜାର ୧୧୦, ବିଜ୍ଞାନ ରେ ୯୧,୩୭୯, ବାଣିଜ୍ୟରେ ୨୩,୧୪୮ଜଣ ଓ ଧନ୍ଦାମୂଳକରେ ୫ ହଜାର ପରୀକ୍ଷାର୍ଥୀ ପରୀକ୍ଷା ଦେଇଥିଲେ।

Comments are closed.