ସରକାରୀ କର୍ମଚାରୀମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶି ବୃଦ୍ଧି , ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର: ରାଜ୍ୟର ସରକାରୀ କର୍ମଚାରୀ ମାନଙ୍କ ପାଇଁ ଅନୁକମ୍ପାମୂଳକ ସହାୟତା ରାଶିର ପରିମାଣରେ ବୃଦ୍ଧି କରାଯାଇଛି । ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଏ ସଂପର୍କିତ ପ୍ରସ୍ତାବକୁ ଅନୁମୋଦନ ଦେଇଛନ୍ତି ।
ଏହି ନିଷ୍ପତ୍ତି ଅନୁଯାୟୀ ଦାୟିତ୍ବ ପାଳନ ସମୟରେ କର୍ମଚାରୀ ମାନଙ୍କ ମୃତ୍ୟୁ ଘଟିଲେ ସେ କ୍ଷେତ୍ରରେ ସହାୟତା ରାଶିର ପରିମାଣକୁ ବର୍ତ୍ତମାନର ୪ ଲକ୍ଷ ଟଙ୍କାରୁ  ୧୦ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି । ସେହିପରି ଆଘାତ ଯୋଗୁ ସ୍ଥାୟୀ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୨ ଲକ୍ଷରୁ ୫ ଲକ୍ଷ ଟଙ୍କାକୁ  ଏବଂ ଆଂଶିକ ଅକ୍ଷମତା କ୍ଷେତ୍ରରେ ସହାୟତା ରାଶିର ପରିମାଣ ୧ ଲକ୍ଷ ଟଙ୍କାରୁ ୨ ଲକ୍ଷ ଟଙ୍କାକୁ ବୃଦ୍ଧି କରାଯାଇଛି ।

Comments are closed.