ଟ୍ରେନ ଦୁର୍ଘଟଣାସ୍ଥଳରେ ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ହସ୍ପିଟାଲର ଯାଇ ଆହତମାନଙ୍କୁ ଭେଟିଲେ | News Room Odisha

ଟ୍ରେନ ଦୁର୍ଘଟଣାସ୍ଥଳରେ ସ୍ଥିତି ପରଖିଲେ ମୁଖ୍ୟମନ୍ତ୍ରୀ, ହସ୍ପିଟାଲର ଯାଇ ଆହତମାନଙ୍କୁ ଭେଟିଲେ

ବାଲେଶ୍ୱର – ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବାଲେଶ୍ୱର ଜିଲ୍ଲା ବାହାନଗା ଟ୍ରେନ ଦୁର୍ଘଟଣା ସ୍ଥଳ ଯାଇ ସ୍ଥିତିର ସମୀକ୍ଷା କରିଥିଲେ। ଆଜି ସକାଳ ସାଢେ ୮ଟାରେ ଦୁର୍ଘଟଣାସ୍ଥଳରେ ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ। ଦୁର୍ଘଟଣାସ୍ଥଳରେ ସ୍ଥିତି ଅନୁଧ୍ୟାନ ପରେ ବାଲେଶ୍ଵର ମୁଖ୍ୟ ଚିକିତ୍ସାଳୟ ଯାଇ ଆହତମାନଙ୍କୁ ଭେଟି ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ମୁଖ୍ୟମନ୍ତ୍ରୀଙ୍କ ସହ ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ୫-ଟି ସଚିବ ମଧ୍ୟ ଦୁର୍ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି।