ଟ୍ରେନ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ, ସବୁ ପ୍ରକାର ସହାୟତା ପାଇଁ ପ୍ରସ୍ତାବ | News Room Odisha

ଟ୍ରେନ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ, ସବୁ ପ୍ରକାର ସହାୟତା ପାଇଁ ପ୍ରସ୍ତାବ

ଭୁବନେଶ୍ଵର: ଛତିଶଗଡ ମୁଖ୍ୟମନ୍ତ୍ରୀ  ଭୂପେଶ ବାଘେଲ ଆଜି ଟେଲିଫୋନ ଯୋଗେ ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକଙ୍କ ସହ କଥା ହୋଇ କରମଣ୍ଡଳ ଦୁର୍ଘଟଣା ସଂପର୍କରେ ଆଲୋଚନା କରିଥିଲେ। ଦୁର୍ଘଟଣା ରେ ମୃତାହତ ଲୋକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଆହତ ଲୋକଙ୍କ ଉଦ୍ଧାର, ଚିକିତ୍ସା ଆଦି ଯେ କୌଣସି କାମ ପାଇଁ ସବୁ ପ୍ରକାର ସହାୟତା ଯୋଗାଇ ଦେବାକୁ ସେ ପ୍ରସ୍ତାବ ଦେଇଥିଲେ। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଛତିଶଗଡ ମୁଖ୍ୟମନ୍ତ୍ରୀଙ୍କ ଏହି ସଦିଚ୍ଛା ପାଇଁ ତାଙ୍କୁ ଧନ୍ୟବାଦ୍ ଦେଇଥିଲେ।