ଟ୍ରେନ ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତିର ସମୀକ୍ଷା କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ | News Room Odisha

ଟ୍ରେନ ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତିର ସମୀକ୍ଷା କଲେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ

ବାଲେଶ୍ଵର – ବାହାନଗା ଟ୍ରେନ ଦୁର୍ଘଟଣାସ୍ଥଳରେ ପହଞ୍ଚି ସ୍ଥିତିର ସମୀକ୍ଷା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ସେ ସ୍ଥିତିର ସମୀକ୍ଷା କରିବା ସହ ଆହତମାନଙ୍କୁ ଭେଟିଛନ୍ତି। ଦୁର୍ଘଟଣାଗ୍ରସ୍ତ କରମଣ୍ଡଳ ଏକ୍ସପ୍ରେସ ଓ ବେଙ୍ଗାଳୁରୁ – ହାୱଡା ଏକ୍ସପ୍ରେସରେ ପଶ୍ଚିମବଙ୍ଗର ଅନେକ ଯାତ୍ରୀ ଯିବାଆସିବା କରିଥାଆନ୍ତି।

ବାଲେଶ୍ଵର ଟ୍ରେନ୍ ଦୁର୍ଘଟଣାରେ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରିଛନ୍ତି ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ.କେ
ଷ୍ଟାଲିନ୍ । ତାମିଲନାଡୁ ମୃତକଙ୍କ ପରିବାରକୁ ୫ ଲକ୍ଷ ଓ ଆହତଙ୍କ ପରିବାରକୁ ୧ ଲକ୍ଷ ଟଙ୍କା ଲେଖାଏଁ ଅନୁକମ୍ପାମୂଳକ ସହାୟତା ରାଶି ଘୋଷଣା କରାଯାଇଛି ।