ଟ୍ରେନ ଦୁର୍ଘଟଣା ପରେ ରିଲିଫ ଓ ଉଦ୍ଧାର କାର୍ଯ୍ୟ ପାଇଁ ଓଡ଼ିଶା ସରକାରଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ | News Room Odisha

ଟ୍ରେନ ଦୁର୍ଘଟଣା ପରେ ରିଲିଫ ଓ ଉଦ୍ଧାର କାର୍ଯ୍ୟ ପାଇଁ ଓଡ଼ିଶା ସରକାରଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ବାଲେଶ୍ବର -ବାହାନଗାରେ ଘଟିଥିବା ଭୟଙ୍କର ଟ୍ରେନ୍‌ ଦୁର୍ଘଟଣା ଅତି ଗମ୍ଭୀର ତଥା ସମ୍ବେଦନଶୀଳ। ଏହି ଭୟଙ୍କର ଦୁର୍ଘଟଣା ପାଇଁ ଯେଉଁମାନେ ଦୋଷୀ ପ୍ରମାଣିତ ହେବେ, ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି । ଆଜି ବାହାନଗା ଆସି ଟ୍ରେନ ଦୁର୍ଘଟଣାସ୍ଥଳ ଏବଂ ବାଲେଶ୍ବର ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଆହତମାନଙ୍କୁ ଭେଟିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହା କହିଛନ୍ତି।

ଓଡ଼ିଶା ସରକାରଙ୍କ ପକ୍ଷରୁ ଉଦ୍ଧାର ଓ ରିଲିଫ କାର୍ଯ୍ୟକୁ ପ୍ରଶଂସା କରିଛନ୍ତି ପ୍ରଧାନମନ୍ତ୍ରୀ । ସ୍ଥାନୀୟ ଲୋକଙ୍କ ଭୂମିକାକୁ ମଧ୍ୟ ସେ ପ୍ରଶଂସା କରିଛନ୍ତି । ପ୍ରଶାସନିକ ଅଧିକାରୀମାନେ ସହିତ କଥା ହୋଇଛି। ସଂକଟ ସମୟରେ ବହୁ ପରିଶ୍ରମ କରି ଉଦ୍ଧାର କାର୍ଯ୍ୟ ଜାରି ରଖିଥିଲେ। ସଂକଟ ସମୟରେ ସାଧାରଣ ଜନତା ଉଦ୍ଧାର କାର୍ଯ୍ୟରେ ନିୟୋଜିତ ହୋଇଥିଲେ। ଯୁବବର୍ଗ ରାତିସାରା କାମ କରିଥିଲେ। ଏଠାକାର ନାଗରିକ ଦୁର୍ଘଟଣା ପରେ ଉଦ୍ଧାର କାର୍ଯ୍ୟରେ ସହଯୋଗ କରିଛନ୍ତି। ସାଧାରଣ ଜନତା ଡାକ୍ତରଖାନାକୁ ଯାଇ ଆହତମାନଙ୍କ ପାଇଁ ରକ୍ତଦାନ କରିଛନ୍ତି ବୋଲି ମୋଦି କହିଛନ୍ତି ।