ବାହାନଗା ଟ୍ରେନ ଦୁର୍ଘଟଣା ନେଇ ପ୍ରଧାନମନ୍ତ୍ରୀଙ୍କ ସହ ଫୋନରେ କଥାହେଲେ ମୁଖ୍ୟମନ୍ତ୍ରୀ | News Room Odisha

ବାହାନଗା ଟ୍ରେନ ଦୁର୍ଘଟଣା ନେଇ ପ୍ରଧାନମନ୍ତ୍ରୀଙ୍କ ସହ ଫୋନରେ କଥାହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ବାହାନଗା ଟ୍ରେନ ଟ୍ରାଜେଡି ସାରାଦେଶକୁ ସ୍ତବ୍ଧ କରିଥିବା ବେଳେ ଓଡ଼ିଶା ସରକାରଙ୍କ ରିଲିଫ ଓ ଉଦ୍ଧାର କାର୍ଯ୍ୟକୁ ସବୁଆଡେ ପ୍ରଶଂସା କରାଯାଉଛି । ଏବେ ଉଦ୍ଧାର କାର୍ଯ୍ୟ ସରିଥିବା ବେଳେ ଟ୍ରାକରୁ ବଗି ହଟାଇବା କାମ ଶେଷ ହୋଇଛି। ସଂପୃକ୍ତ ରୁଟରେ ଟ୍ରେନ ଚଳାଚଳ ସ୍ବାଭାବିକ ପାଇଁ ଉଦ୍ୟମ ଚାଲିଛି। ଏଣେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୋନ ଯୋଗେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ କଥା ହୋଇ ବର୍ତ୍ତମାନର ସ୍ଥିତି ସଂପର୍କରେ ଅବଗତ କରାଇଛନ୍ତି। ଦୁର୍ଘଟଣାରେ ଆହତ ଯାତ୍ରୀଙ୍କ ଚିକିତ୍ସା ନେଇ ମୁଖ୍ୟମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ସହ ଆଲୋଚନା କରିଥିବା ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପ୍ରକାଶ କରିଛି।

ଆହତମାନଙ୍କ ଜୀବନ ବଞ୍ଚାଇବାକୁ ଚେଷ୍ଟା ଚାଲିଛି ବୋଲି ନବୀନ ପ୍ରଧାନମନ୍ତ୍ରୀଙ୍କୁ କହିଥିଲେ । ରିଲିଫ ଓ ଉଦ୍ଧାର କାର୍ଯ୍ୟ ପାଇଁ ପ୍ରଧାନମନ୍ତ୍ରୀ ରାଜ୍ୟ ସରକାର ଓ ଓଡ଼ିଶା ଲୋକଙ୍କୁ ଧନ୍ୟବାଦ ଦେଇଛନ୍ତି।