ରଥଯାତ୍ରା ବେଳେ ମୁତୟନ ହେବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ, ଭିଡ ନିୟନ୍ତ୍ରଣ ଓ ଟ୍ରାଫିକ ସୁପରିଚାଳନା ଉପରେ ବିଶେଷ ଗୁରୁତ୍ୱ | News Room Odisha

ରଥଯାତ୍ରା ବେଳେ ମୁତୟନ ହେବେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ, ଭିଡ ନିୟନ୍ତ୍ରଣ ଓ ଟ୍ରାଫିକ ସୁପରିଚାଳନା ଉପରେ ବିଶେଷ ଗୁରୁତ୍ୱ

ପୁରୀ – ରଥଯାତ୍ରା ବେଳେ ପୁରୀରେ ୧୮୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ରହିବେ । ଭକ୍ତଙ୍କ ଶୃଙ୍ଖଳିତ ଦର୍ଶନ, ଭିଡ ନିୟନ୍ତ୍ରଣ, ଟ୍ରାଫିକ ସୁପରିଚାଳନା ଦାୟିତ୍ଵରେ ରହିବେ ପୋଲିସ ବିଭାଗର ବରିଷ୍ଠ ଅଧିକାରୀ । ଏନେଇ ପୁରୀ ପୋଲିସ ପକ୍ଷରୁ ସ୍ବତନ୍ତ୍ର ବ୍ଲୁପ୍ରିଣ୍ଟ ପ୍ରସ୍ତୁତ ହୋଇଛି । ଆସନ୍ତା ୨୦ରେ ମହାପ୍ରଭୁଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବାକୁ ଥିବାବେଳେ ଆଜି ପୋଲିସ ଏଡିଜି ଅମିତାଭ ଠାକୁରଙ୍କ ଅଧ୍ୟକ୍ଷତାରେ ପୁରୀ ଏସପିଙ୍କ କାର୍ଯ୍ୟାଳୟରେ ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ଜନଗହଳି ନିୟନ୍ତ୍ରଣ ସହ ଟ୍ରାଫିକ ସୁପରିଚାଳନା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି । କେବଳ ଭିଡ ନିୟନ୍ତ୍ରଣ ଓ ଟ୍ରାଫିକ ସୁପରିଚାଳନା ପାଇଁ ସ୍ବତନ୍ତ୍ର ଭାବେ ୪୫ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ । ଏଥିସହ ପୁରୀ ସହର, ଶ୍ରୀମନ୍ଦିର ଭିତର, ବାହାର ଓ ଏହାର ଚତୁଃପାର୍ଶ୍ଵ ସହ ବିଭିନ୍ନ ସ୍ଥାନରେ ପର୍ଯ୍ୟାପ୍ତ ସିସିଟିଭି କ୍ୟାମେରା, ପୋଲିସ କଣ୍ଟ୍ରୋଲ ରୁମ୍ ସହ ଅନ୍ୟାନ୍ୟ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଉଥିବା କହିଛନ୍ତି ଏଡିଜି । ବୈଠକରେ କେନ୍ଦ୍ରାଞ୍ଚଳ ଆଇଜି ଆଶିଷ ସିଂ, ଆଡିସନାଲ୍ ସିପି ଉମାଶଙ୍କର ଦାସ, ଡିଆଇଜି ଅଖିଳେଶ୍ବର ସିଂଙ୍କ ସହ ଜଗତସିଂହପୁର ଓ ପୁରୀ ଏସପି ଉପସ୍ଥିତ ଥିଲେ ।