୧୮ଟି ଶିଳ୍ପ ପ୍ରକଳ୍ପ ପ୍ରସ୍ତାବକୁ ରାଜ୍ୟସ୍ତରୀୟ ସିଙ୍ଗଲୱିଣ୍ଡୋ କ୍ଲିୟରାନ୍ସ କର୍ତ୍ତୃପକ୍ଷଙ୍କ ମଞ୍ଜୁରୀ | News Room Odisha

୧୮ଟି ଶିଳ୍ପ ପ୍ରକଳ୍ପ ପ୍ରସ୍ତାବକୁ ରାଜ୍ୟସ୍ତରୀୟ ସିଙ୍ଗଲୱିଣ୍ଡୋ କ୍ଲିୟରାନ୍ସ କର୍ତ୍ତୃପକ୍ଷଙ୍କ ମଞ୍ଜୁରୀ

ଭୁବନେଶ୍ୱର – ବିଭିନ୍ନ ଶିଳ୍ପ ସଂସ୍ଥାର ୩୪୫୭ କୋଟି ଟଙ୍କାର ୧୮ଟି ଶିଳ୍ପ ପ୍ରକଳ୍ପକୁ ଆଜି ରାଜ୍ୟସ୍ତରୀୟ ସିଙ୍ଗଲୱିଣ୍ଡୋ ମଞ୍ଜୁରୀ ମିଳିଛି । ୧୮ଟି ପ୍ରକଳ୍ପ ଉପରେ ରାଜ୍ୟସ୍ତରୀୟ ସିଙ୍ଗଲୱିଣ୍ଡୋ କମିଟି ନିଷ୍ପତ୍ତି ନେଇଥିବା ବେଳେ ଅନ୍ୟ ୨ଟି ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଥିବା ଉଚ୍ଚସ୍ତରୀୟ କମିଟିର ଅନୁମୋଦନ ନିମନ୍ତେ ସୁପାରିଶ କରିଛନ୍ତି ।

ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସିଙ୍ଗଲୱିଣ୍ଡୋ କମିଟି ୧୮ଟି ପ୍ରକଳ୍ପକୁ ଅନୁମୋଦନ ଦେଇଛନ୍ତି । ୩୪୫୭କୋଟି ଟଙ୍କାର ଏସବୁ ପ୍ରକଳ୍ପ କାର୍ଯ୍ୟକ୍ଷମ ହେଲେ ୧୪ ହଜାର ୪୩୬ ଜଣଙ୍କୁ ନିଯୁକ୍ତି ମିଳିପାରିବ । ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରୁ ୧୦ଟି ପ୍ରକଳ୍ପ ସ୍ଥାପନ ପ୍ରସ୍ତାବ ଗତ ୨୦୨୨ ମେକ୍ ଇନ୍ ଓଡ଼ିଶା କନକ୍ଲେଭରେ ରାଜ୍ୟ ସରକାରଙ୍କୁ ମିଳିଥିଲା ।

ଯାଜପୁର, ଖୋର୍ଦ୍ଧା , କୋରାପୁଟ, କଟକ, ସୁନ୍ଦରଗଡ଼, ଭଦ୍ରକ, ସୋନପୁର,‌ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରେ ପ୍ରକଳ୍ପ ପ୍ରତିଷ୍ଠା କରାଯିବ ।