ବ୍ୟାଙ୍କିଙ୍ଗ ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ | News Room Odisha

ବ୍ୟାଙ୍କିଙ୍ଗ ଆସିଷ୍ଟାଣ୍ଟଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ନୂଆପଡ଼ା -ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା କେନ୍ଦ୍ରୀୟ ସମବାୟ ବ୍ୟାଙ୍କ କୋମନା ଶାଖାର ବ୍ୟାଙ୍କିଙ୍ଗ ଆସିଷ୍ଟାଣ୍ଟ ପ୍ରଦୀପ କୁମାର ଚନ୍ଦ୍ରକରଙ୍କ ବିଭିନ୍ନ ଠିକଣାରେ ଚଢ଼ାଉ କରିଛି ଭିଜିଲାନ୍ସ। ଚନ୍ଦ୍ରକରଙ୍କ ଘର ସମେତ ଚାରିଟି ଜାଗାରେ ଆଜି ସକାଳୁ ଭିଜିଲାନ୍ସ ପକ୍ଷରୁ ଏକକାଳୀନ ଚଢାଉ କରାଯାଇଥିଲା ।

ନୂଆପଡ଼ା ଜିଲ୍ଲା ବେଲଟୁକୁରି ଗାଁରେ ଅବସ୍ଥିତ ଚନ୍ଦ୍ରକରଙ୍କ ଦୁଇ ମହଲା ଘର, ୩ ହଜାର ବର୍ଗଫୁଟ ଅଞ୍ଚଳରେ ନିର୍ମିତ ଦୁଇ ମହଲା କୋଠା, ସେଠାରେ ୩ ହଜାର ବର୍ଗଫୁଟ ଅଞ୍ଚଳରେ ନିର୍ମାଣାଧୀନ କୋଠା ଓ କୋମନାରେ ଥିବା ଭବାନୀପାଟଣା କେନ୍ଦ୍ରୀୟ ସମବାୟ ବ୍ୟାଙ୍କର ଚନ୍ଦ୍ରକରଙ୍କ ଅଫିସ୍ ରୁମରେ ଚଢାଉ କରିଛି ଭିଜିଲାନ୍ସ ଟିମ୍। ଏନେଇ ବିସ୍ତୃତ ତଥ୍ୟକୁ ଅପେକ୍ଷା କରାଯାଇଛି।