ଭୁବନେଶ୍ୱର – ଯୁକ୍ତ ତିନିରେ ନାମ ଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି | www.samsodisha.gov.in ରେ ଏହିମାସ ୧୯ ତାରିଖରୁ ଜୁଲାଇ ୪ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଆବେଦନ କରିପାରିବେ | ଜୁଲାଇ ୧୪ରେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ କରାଯିବ । ଦ୍ଵିତୀୟ ପର୍ଯ୍ୟାୟ ମେଧା ତାଲିକା ଜୁଲାଇ ୨୭ରେ, ତୃତୀୟ ପର୍ଯ୍ୟାୟ ମେଧା ତାଲିକା ଅଗଷ୍ଟ ୩ରେ ପ୍ରକାଶ ପାଇବ । ଅଗଷ୍ଟ ୨୧ରେ ଚତୁର୍ଥ ,ସେପ୍ଟେମ୍ବର ୧ ତାରିଖରେ ପଞ୍ଚମ ଓ ସେପ୍ଟେମ୍ବର ୧୩ରେ ଷଷ୍ଠ ପର୍ଯ୍ୟାୟ ୧୩ ମେଧା ତାଲିକା ପ୍ରକାଶ କରାଯିବ |
୨୦୨୩-୨୪ ଶିକ୍ଷାବର୍ଷରେ ୧୦୪୨ କଲେଜର ୨ ଲକ୍ଷ ୭୦ ହଜାର ୩୪୭ ସିଟ୍ରେ ନାମଲେଖା ହେବ। କଳା ବିଭାଗର ୧ ଲକ୍ଷ ୫୧ ହଜାର ୯୦୨, ଫିଜିକାଲ ସାଇନ୍ସରେ ୪୬,୧୩୯, ବାୟୋଲୋଜିକାଲ ସାଇନ୍ସରେ ୨୮,୬୯୨, ବାଣିଜ୍ୟର ୩୨,୩୮୦, ସେଲ୍ଫ ଫାଇନାନ୍ସିଂର ୨,୦୮୬ ଓ ସଂସ୍କୃତରେ ୯,୧୪୮ ସିଟ୍ ରହିଛି।
Comments are closed.