ଦେଶବିଦେଶର ଭକ୍ତମାନେ ପୁରୀରୁ ଭଲ ଅନୁଭବ ନେଇ ଫେରିବା ଦରକାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ମହାପ୍ରଭୁ ଜଗନ୍ନାଥ ଓଡ଼ିଆ ଜାତିର ଶ୍ରେଷ୍ଠ ପରିଚୟ । ମହାପ୍ରଭୁଙ୍କ ରଥଯାତ୍ରାକୁ ସାରା ବିଶ୍ୱ ଚାହିଁ ରହିଥାଏ । ତେଣୁ ମହାପ୍ରଭୁଙ୍କ ରଥଯାତ୍ରା ସୁରୁଖୁରୁରେ ପରିଚାଳନା କରିବା ସମସ୍ତଙ୍କର ଦାୟିତ୍ୱ ବୋଲି ସମନ୍ବୟ କମିଟିର ଶେଷ ବୈଠକରେ ସାମିଲ ହୋଇ କହିଛନ୍ତି ମୁଖ୍ୟମନ୍ତ୍ରୀ।

ଠିକ୍ ସମୟରେ ମହାପ୍ରଭୁଙ୍କ ନୀତି ପାଳନ ଉପରେ ଗୁରୁତ୍ୱାରୋପ କରିଛନ୍ତି ମୁଖ୍ୟମନ୍ତ୍ରୀ। ପୁରୀକୁ ଆସୁଥିବା ଭକ୍ତମାନଙ୍କ ସୁରକ୍ଷା ଓ ଅନ୍ୟ ସୁବିଧା ପାଇଁ ସ୍ୱତନ୍ତ୍ର ଧ୍ୟାନ ଦିଆଯିବା ଦରକାର ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ଏ ବର୍ଷ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ବ୍ୟବସ୍ଥା କରାଯିବା ଦରକାର ।

ଦେଶବିଦେଶରୁ ଆସୁଥିବା ଭକ୍ତମାନେ ଯେପରି ଭଲ ଅନୁଭବ ନେଇ ଫେରିବେ ସେଥିପ୍ରତି ଆମେ ବିଶେଷ ଧ୍ୟାନ ଦେବା ଦରକାର ବୋଲି ମୁଖ୍ୟମନ୍ତ୍ରୀ ବୈଠକକୁ ଭର୍ଚୁଆଲ ମୋଡରେ ସମ୍ବୋଧନ କରି କହିଛନ୍ତି। ପୁରୀର ଜନସାଧାରଣ, ମହାପ୍ରଭୁଙ୍କ ସେବାୟତ, ପ୍ରଶାସନ , ପୋଲିସ ସମସ୍ତଙ୍କର ସେବା ଓ ସମର୍ପଣ ମନୋଭାବ ମହାପ୍ରଭୁଙ୍କ ଏ ବିଶ୍ୱ ପ୍ରସିଦ୍ଧ ରଥଯାତ୍ରାକୁ ସଫଳ କରିବ। ମହାପ୍ରଭୁଙ୍କ ଆଶୀର୍ବାଦ ସବୁବେଳେ ଆମ ସାଥୀରେ ରହିଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Comments are closed.