ଗ୍ୟାସ ଦର ବୃଦ୍ଧିର ପ୍ରତିବାଦ କରିବ ବିଜେଡି, ଆଜି ରାଜଭବନ ଆଗରେ ଧାରଣା  | News Room Odisha

ଗ୍ୟାସ ଦର ବୃଦ୍ଧିର ପ୍ରତିବାଦ କରିବ ବିଜେଡି, ଆଜି ରାଜଭବନ ଆଗରେ ଧାରଣା 

ଭୁବନେଶ୍ୱର – ଗ୍ୟାସ ଦର ବୃଦ୍ଧିର ପ୍ରତିବାଦ କରିବ ବିଜେଡି । ଆଜି ରାଜଭବନ ଆଗରେ ଦଳ ପକ୍ଷରୁ ଧାରଣା ଦିଆଯିବ । କେନ୍ଦ୍ର ସରକାରଙ୍କ ଉଜ୍ୱଳା ଯୋଜନା ଅନ୍ଧାର ଯୋଜନାରେ ପରିଣତ ହୋଇଛି ବୋଲି ଦଳ ଅଭିଯୋଗ କରିବା ସହ କହିଛି ଯେ, ୨୦୧୪ ମସିହାରେ ଯେଉଁ ରନ୍ଧନ ଗ୍ୟାସ ସିଲିଣ୍ଡର ପିଛା ଦର ୪୧୦ ଟଙ୍କା ଥିଲା ତାହା ଏବେ ୧୧ ଶହ ୩୦ ଟଙ୍କାରେ ପହଞ୍ଚିଛି । ନଅ ବର୍ଷରେ ଗ୍ୟାସ ଦର ୩ ଗୁଣା ବଢିଗଲାଣି । ଏଥିଯୋଗୁଁ ଓଡିଶାର ଅନେକ ପରିବାର ଏବେ ସେମାନଙ୍କର ଉଜ୍ୱଳା ସିଲିଣ୍ଡର ଫେରାଇବାରେ ଲାଗିଛନ୍ତି । ରାଜ୍ୟର ମା’ ଏବଂ ଭଉଣୀମାନଙ୍କ ପାଇଁ ସର୍ବଦା କାମକରୁଥିବା ବିଜେଡି ଏଲ୍‍ପିଜି ଗ୍ୟାସ ଦର ହ୍ରାସ ପାଇଁ ଦାବିକରି ଆସୁଛି । ହେଲେ କେନ୍ଦ୍ରସରକାର ଏଥିପ୍ରତି କର୍ଣ୍ଣପାତ କରୁନାହାନ୍ତି ବିଜେଡି ମୁଖପାତ୍ର ଶ୍ରୀମୟୀ ମିଶ୍ର କହିଛନ୍ତି। ଯଦି କେନ୍ଦ୍ର ସରକାର ଗ୍ୟାସ ଦର ହ୍ରାସ ନକରନ୍ତି ତେବେ ଆଗାମୀ ଦିନରେ ବିଜେଡି ରାଜ୍ୟର ସମସ୍ତ ଆରଡିସି, ଜିଲ୍ଲାପାଳ, ବ୍ଲକ, ପଞ୍ଚାୟତ ଓ ଗାଁସ୍ତରରେ ପ୍ରତିବାଦ କରିବ ବୋଲି ଶ୍ରୀମୟୀ ମିଶ୍ର କହିଛନ୍ତି।