ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ନିଲମ୍ବିତ ଯୋଗାଣ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ୍

ଭୁବନେଶ୍ୱର – ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ନୟାଗଡ଼ର ନିଲମ୍ବିତ ଯୋଗାଣ ଅଧିକାରୀ ବ୍ରଜେନ୍ଦ୍ର ନାୟକଙ୍କ ଘର ସମେତ ୫ଟି ସ୍ଥାନରେ ଭିଜିଲାନ୍ସ ଚଢାଉ କରିଛି ।

ଭୁବନେଶ୍ୱର ଏବଂ ପୁରୀ ଜିଲ୍ଲାରେ ଏହି ଚଢଉ ଚାଲିଛି। ଭୁବନେଶ୍ୱରର ଭୀମଟାଙ୍ଗୀ, ହାଉସିଂ ବୋର୍ଡ କଲୋନିରେ ଥିବା ଘର, ରାଜାରାଣୀ କଲୋନିରେ ଥିବା ପ୍ଲଟ ନଂ ୩୮୪ ଓ ୩୮୫, ପୁରୀ ଜିଲ୍ଲା ନିମାପଡ଼ାର ସୁନୁଗରଡ଼ି ଗାଁରେ ଥିବା ପୈତୃକ ଘର ଓ ଫାର୍ମହାଉସରେ ଭିଜିଲାନ୍ସ ପକ୍ଷରୁ ଚଢଉ ଜାରି ରହିଛି। ଓଡ଼ିଶା ଭିଜିଲାନ୍ସର ୨ ଜଣ ଡିଏସପି, ୬ ଜଣ ଇନ୍ସପେକ୍ଟର ଏବଂ ଅନ୍ୟ କର୍ମଚାରୀଙ୍କୁ ନେଇ ଚଢଉ କରାଯାଉଛି। ଏନେଇ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।

Comments are closed.