ଘୋଷଯାତ୍ରା ପାଇଁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ, ଟ୍ରାଫିକ ନିୟନ୍ତ୍ରଣ ପାଇଁ ଏକାଧିକ ପଦକ୍ଷେପ | News Room Odisha

ଘୋଷଯାତ୍ରା ପାଇଁ ବ୍ୟାପକ ସୁରକ୍ଷା ବନ୍ଦୋବସ୍ତ, ଟ୍ରାଫିକ ନିୟନ୍ତ୍ରଣ ପାଇଁ ଏକାଧିକ ପଦକ୍ଷେପ

ପୁରୀ – ରଥଯାତ୍ରା ଶାନ୍ତି ଶୃଙ୍ଖଳା ରକ୍ଷା ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ସୁରକ୍ଷାରେ ପାଇଁ ୧୮୦ ପ୍ଲାଟୁନ୍ ଫୋର୍ସ ମୁତୟନ କରାଯାଇଛି। ୧୮୦ ପ୍ଲାଟୁନ୍ ଫୋର୍ସ ସହ ଭାରତୀୟ ତଟରକ୍ଷୀ ବାହିନୀର ହେଲିକପ୍ଟର ଓ ଜାହାଜ ମୁତୟନ ହୋଇଛନ୍ତି । ଏହାସହ ସିସିଟିଭି ଓ ଡ୍ରୋନ ଦ୍ୱାରା ସମଗ୍ର ସହର ଉପରେ ନଜର ରଖାଯାଇଛି।

ଟ୍ରାଫିକ ସୁପରିଚାଳନା ପାଇଁ ମଧ୍ୟ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଟ୍ରାଫିକ୍ ନିୟନ୍ତ୍ରଣକୁ ୩ ଭାଗରେ ବିଭକ୍ତ କରାଯାଇଛି । କୁମ୍ଭାରପଡ଼ା ଥାନାରେ ରହିବ ଟ୍ରାଫିକ୍ କଣ୍ଟ୍ରୋଲ ରୁମ୍ । ମୋଟ ୨୪ ସ୍ଥାନରେ ହୋଇଛି ପାର୍କିଂ ବ୍ୟବସ୍ଥା । ଟୁରିଷ୍ଟ ବସ୍ ସବୁ ମାଳତୀପାଟପୁର ବସଷ୍ଟାଣ୍ଡରେ ରହିବ । କୋଣାର୍କ ଆଡ଼ୁ ଆସୁଥିବା ଗାଡ଼ି ତାଳବଣିଆରେ ରହିବ ।

୪ ଚକିଆ ଗାଡ଼ି ତାଳବଣିଆର ୬ ପାର୍କିଂ ପ୍ଲେସରେ ରହିବ ଓ ବ୍ରହ୍ମଗିରି ଆଡୁ ଆସୁଥିବା ଗାଡ଼ି ଲୋକନାଥ ମନ୍ଦିର ପାଖେ ରହିବ । ଦୁଇ ଚକିଆ ଗାଡ଼ି ସବୁ ଜଗନ୍ନାଥବଲଭ ପାର୍କିଂରେ ରହିବ । ମାଟିତୋଟା କ୍ରିକେଟ ଫିଲ୍ଡ, ମଶାଣି ଚଣ୍ଡୀରେ ବାଇକ୍ ରହିବ ।
ଭିନ୍ନକ୍ଷମ ଓ ବୟସ୍କଙ୍କ ପାଇଁ ମାଗଣା ଇ-ଯାନ ବ୍ୟବସ୍ଥା କରାଯାଇଛି । ଏହାଛଡା ରଥଯାତ୍ରା ପାଇଁ ୨୪ ଘଣ୍ଟିଆ ହେଲ୍ପଲାଇନ ନମ୍ବର ବି ଜାରି କରାଯାଇଛି। ସେହି ନମ୍ବର ହେଲା ୬୩୭୦୯୬୭୧୦୦ । ଆମ୍ବୁଲାନ୍ସ ପାଇଁ ଇ-କରିଡର ବ୍ୟବସ୍ଥା କରାଯିବ ।