ରଥାରୂଢ଼ ହେଲେ ଚତୁର୍ଦ୍ଧାମୂର୍ତ୍ତି : ରଥଯାତ୍ରା ପାଇଁ ଶ୍ରୀକ୍ଷେତ୍ରରେ ୧୦ ଲକ୍ଷ ଭକ୍ତଙ୍କ ସମାଗମ

ପୁରୀ – ରଥଯାତ୍ରାରେ ଶ୍ରୀମନ୍ଦିର ରତ୍ନବେଦୀରୀ ବାହାରି ଆସିଛନ୍ତି ତିନି ଠାକୁର। ଚତୁର୍ଦ୍ଧାମୂର୍ତ୍ତିଙ୍କ ପହଣ୍ଡି ସରିଛି । ତିନି ରଥରେ ବିଜେ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ଆଜି ସକାଳ ପ୍ରାୟ ୯ଟା ବେଳେ ପ୍ରଥମେ ଶ୍ରୀସୁଦର୍ଶନଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ତାପରେ ଶ୍ରୀବଳଭଦ୍ରଙ୍କ ପହଣ୍ଡି ଆରମ୍ଭ ହୋଇଥିଲା। ଏହାପରେ ଦେବୀ ସୁଭଦ୍ରାଙ୍କର ଏବଂ ଶେଷରେ ଶ୍ରୀଜଗନ୍ନାଥଙ୍କ ପହଣ୍ଡିବିଜେ ହୋଇଥିଲା।

ରଥଯାତ୍ରା ପାଇଁ ବଡ଼ଦାଣ୍ଡରେ ପ୍ରାୟ ୧୦ ଲକ୍ଷ ଭକ୍ତଙ୍କ ସମାଗମ ହୋଇଛି । ଖରା ଓ ଗୁଳୁଗୁଳି ସତ୍ତ୍ୱେ ଶ୍ରୀଜିଉଙ୍କୁ ରଥରେ ଦର୍ଶନ ପାଇଁ ଭକ୍ତ ବ୍ୟଗ୍ର ହୋଇଉଠିଛି । ଏବେ ଭକ୍ତମାନେ ଛେରାପହଁରା ଓ ରଥଟଣାକୁ ଅପେକ୍ଷା କରିଛନ୍ତି।

ସାଢ଼େ ୨ଟାରୁ ଛେରାପହଁରା ଆରମ୍ଭ ହେବ। ସାଢ଼େ ୩ଟା ସୁଦ୍ଧା ଛେରା ପହଁରା ଶେଷ ହେବ। ପରେ ଚାରମାଳ ଫିଟା, ଘୋଡ଼ା ଓ ସାରଥି ଲାଗି ୩ଟାରୁ ୪ଟା ଭିତରେ ଶେଷ ହେବ। ଅପରାହ୍ନ ୪ଟାରୁ ରଥଟଣା ଆରମ୍ଭ ହେବ। ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ତିନିରଥ ପହଞ୍ଚିବା ପରେ ରଥ ଉପରେ ନୀତିକାନ୍ତି ଅନୁଷ୍ଠିତ ହେବ। ପରଦିନ ଶ୍ରୀଜିଉଙ୍କ ଶ୍ରୀଗୁଣ୍ଡିଚା ପହଣ୍ଡି ବିଜେ ନୀତି ଅନୁଷ୍ଠିତ ହେବ।

Comments are closed.