ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା, ଆଜିଠୁ ବିସ୍ତୃତି ବଢିବା ସମ୍ଭାବନା

ଭୁବନେଶ୍ୱର – ରାଜ୍ୟର କିଛି ଅଞ୍ଚଳରେ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି । ଆଜିଠୁ ବର୍ଷାର ବିସ୍ତୃତି ବଢିବା ସମ୍ଭାବନା ରହିଛି। ଆଜି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ହୋଇପାରେ । କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ସହ ମୟୂରଭଞ୍ଜ ଜିଲ୍ଲାରେ ବର୍ଷା ହେବା ସମ୍ଭାବନା ରହିଛି।
ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର,ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ମଧ୍ୟ ରହିଛି।

Comments are closed.