ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା, ଆଜିଠୁ ବିସ୍ତୃତି ବଢିବା ସମ୍ଭାବନା | News Room Odisha

ରାଜ୍ୟରେ ପ୍ରାକ୍ ମୌସୁମୀ ବର୍ଷା, ଆଜିଠୁ ବିସ୍ତୃତି ବଢିବା ସମ୍ଭାବନା

ଭୁବନେଶ୍ୱର – ରାଜ୍ୟର କିଛି ଅଞ୍ଚଳରେ ପ୍ରାକ୍ ମୌସୁମୀ ବର୍ଷା ଆରମ୍ଭ ହୋଇଯାଇଛି । ଆଜିଠୁ ବର୍ଷାର ବିସ୍ତୃତି ବଢିବା ସମ୍ଭାବନା ରହିଛି। ଆଜି ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ହୋଇପାରେ । କୋରାପୁଟ, ମାଲକାନଗିରି, ଗଜପତି, ଗଞ୍ଜାମ ସହ ମୟୂରଭଞ୍ଜ ଜିଲ୍ଲାରେ ବର୍ଷା ହେବା ସମ୍ଭାବନା ରହିଛି।
ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର,ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ଝାରସୁଗୁଡ଼ା, ସୋନପୁର ଓ ବୌଦ୍ଧ ଜିଲ୍ଲାରେ ୪୦ରୁ ୫୦ କିମି ବେଗରେ ପବନ ବହିବା ସହ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହେବ। ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜିଲ୍ଲାରେ ହାଲୁକା ବର୍ଷା ସମ୍ଭାବନା ମଧ୍ୟ ରହିଛି।