ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା, ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ | News Room Odisha

ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା, ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ

ଭୁବନେଶ୍ୱର – ରାଜ୍ୟରେ ମୌସୁମୀ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଥିବା ସୂଚନା ମିଳିଛି। ଆଜି ସକାଳୁ ରାଜଧାନୀ ଭୁବନେଶ୍ଵର ସମେତ ରାଜ୍ୟର ଅନେକ ଅଞ୍ଚଳରେ ବର୍ଷା ହୋଇଛି । ପୁରୀ, ଖୋର୍ଦ୍ଧା ଓ କଟକ ଜିଲ୍ଲାର କିଛି କିଛି ଅଞ୍ଚଳରେ ବର୍ଷା ଲାଗିରହିଛି। ଏଣେ ଆସନ୍ତା ତିନି ଘଣ୍ଟା ପାଇଁ ୧୧ ଜିଲ୍ଲାକୁ ବର୍ଷା ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ। ପୁରୀ, ଖୋର୍ଦ୍ଧା (ଭୁବନେଶ୍ବର), ଜଗତସିଂହପୁର, କେନ୍ଦ୍ରାପଡ଼ା,ଭଦ୍ରକ, ରାୟଗଡ଼ା, ଗଜପତି, ଗଂଜାମ, ନବରଙ୍ଗପୁର, କଳାହାଣ୍ଡି ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି।