ଆଜି ସଂପୂର୍ଣ୍ଣ ଓଡ଼ିଶାକୁ ଅଗ୍ରସର ହେଲା ମୌସୁମୀ, ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୧.୩ ମିମି ବର୍ଷା

ଭୁବନେଶ୍ୱର – ଆଜି ସମ୍ପୂର୍ଣ୍ଣ ଓଡିଶା କୁ ଅଗ୍ରସର ହୋଇଛି ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଗୁରୁବାର ରାଜ୍ୟରେ ଅନେକ ଅଞ୍ଚଳରେ ମୌସୁମୀ ବାୟୁ ଅଗ୍ରସର ହୋଇଥିଲା । ଏହାର ପ୍ରଭାବରେ ରାଜ୍ୟରେ ଭଲ ବର୍ଷା ହୋଇଛି। ଉଭୟ ଉପକୂଳ ଓ ଦକ୍ଷିଣ ଓଡ଼ିଶାର ଅନେକ ସ୍ଥାନରେ ହାଲୁକାରୁ ମଧ୍ଯମ ଧରଣର ବର୍ଷା ହେବା ଫଳରେ ବେଶ କିଛି ଦିନ ଲାଗି ରହିଥିବା ଗରମ ଓ ଗୁଳୁଗୁଳିରୁ ଆଶ୍ୱସ୍ତି ମିଳିଛି।

ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୧.୩ ମିମି ବର୍ଷା ରେକର୍ଡ କରାଯାଇଛି, ଯାହା ସ୍ୱାଭାବିକ ବର୍ଷା ୮.୯ ମିମି ତୁଳନାରେ ୧୩୯ ପ୍ରତିଶତ ଅଧିକ । ଗତ ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ବର୍ଷା ମାଲକାନଗିରି ଜିଲ୍ଲାରେ ରେକର୍ଡ କରାଯାଇଛି। ଜିଲ୍ଲାରେ ୫୨.୫ ମିମି ବର୍ଷାରେକର୍ଡ ହୋଇଛି ଯାହା ସ୍ୱାଭାବିକ ବର୍ଷା ତୁଳନାରେ ୫୯୧ % ଅଧିକ ରହିଛି ।

ଆଜି ଗଜପତି, ରାୟଗଡ଼ା, ଗଞ୍ଜାମ, ପୁରୀ ଓ ଜଗତସିଂହପୁର ଜିଲ୍ଲାର କିଛି ଅଞ୍ଚଳରେ ବର୍ଷା ଲାଗିରହିଛି।

Comments are closed.