ରାଜ୍ୟରେ ମୌସୁମୀ ବର୍ଷା ଜାରି, ଆଜି ୧୯ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର -ରାଜ୍ୟରେ ମୌସୁମୀ ବର୍ଷା ଲାଗି ରହିଛି । ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ବର୍ଷା ଜାରି ରହିବ । ଆଜି ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର । କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ନୟାଗଡ଼, ଅନୁଗୁଳ, କନ୍ଧମାଳ, ବୌଦ୍ଧ, ସୁବର୍ଣ୍ଣପୁର, ସମ୍ବଲପୁର, ଦେବଗଡ଼ ଓ ସୁନ୍ଦରଗଡ଼ ଆଦି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ ।

ଆସନ୍ତାକାଲି କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୁବର୍ଣ୍ଣପୁର, ବରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।

Comments are closed.