ଦିଗପହଣ୍ଡି ବସ୍ ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଅନୁକମ୍ପା ସହାୟତା ଘୋଷଣା | News Room Odisha

ଦିଗପହଣ୍ଡି ବସ୍ ଦୁର୍ଘଟଣାରେ ମୃତକଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଶୋକ, ଅନୁକମ୍ପା ସହାୟତା ଘୋଷଣା

ଭୁବନେଶ୍ବର – ଆଜି ଭୋରରେ ଗଞ୍ଜାମ ଜିଲ୍ଲା ଦିଗପହଣ୍ଡିଠାରେ ହୋଇଥିବା ବସ ଦୁର୍ଘଟଣାରେ କିଛି ଲୋକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିବା ସହ ମୃତକଙ୍କ ନିକଟତମ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ତିନି ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି । ଶୋକ ସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ।

ଏହି ଦୁର୍ଘଟଣାରେ ଆହତ ମାନଙ୍କୁ ମାଗଣାରେ ଉପଯୁକ୍ତ ଚିକିତ୍ସା ଯୋଗାଇ ଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।

ଘଟଣାସ୍ଥଳକୁ ତୁରନ୍ତ ଯାଇ ବିପନ୍ନଙ୍କୁ ସହାୟତା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ, ଅର୍ଥ ମନ୍ତ୍ରୀ ବିକ୍ରମ ଆରୁଖ ଓ ବ୍ରହ୍ମପୁର ବିଧାୟକ ବିକ୍ରମ ପଣ୍ଡାଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।