ଆଜି ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱା‌ର୍ଣ୍ଣିଂ ଜାରି | News Room Odisha

ଆଜି ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା, ୟେଲୋ ୱା‌ର୍ଣ୍ଣିଂ ଜାରି

ଭୁବନେଶ୍ବର -ସକ୍ରିୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିଲା ବେଳେ ମୌସୁମୀ ମଧ୍ୟ ସକ୍ରିୟ ରହିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୧.୭ ମିମି ବର୍ଷା ରେକର୍ଡ ହୋଇଛି। ଏହା ସ୍ବାଭାବିକ ବର୍ଷା ୮.୬ ମିମି ତୁଳନାରେ ୨୬୯ ପ୍ରତିଶତ ଅଧିକ।

ଆଜି ରାଜ୍ୟରେ ବର୍ଷା ପରିମାଣ କମିବ। ତେବେ ୧୧ଟି ଜିଲ୍ଲାର କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ସୁବର୍ଣ୍ଣପୁର, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ଦେବଗଡ଼, ମୟୂରଭଞ୍ଜ ଓ ବାଲେଶ୍ବର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ୟେଲୋ ୱା‌ର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର।