ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ | News Room Odisha

ଏକାମ୍ର ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର – ଏକାମ୍ର ଐତିହ୍ୟ ପ୍ରକଳ୍ପର ଭୂମିପୂଜନ ଉତ୍ସବରେ ଆଜି ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି। ଲିଙ୍ଗରାଜ ମନ୍ଦିର ପରିସରରେ ଭୂମିପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଶିଳାନ୍ୟାସ ପରେ ଯଜ୍ଞ ପୂର୍ଣ୍ଣାହୁତିରେ ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ। ପ୍ରକଳ୍ପ ପାଇଁ ଜମିଦାତା ସେବାୟତ ଓ ଅନ୍ୟ ପରିବାର ବର୍ଗକୁ ସମ୍ବର୍ଦ୍ଧିତ କରିଛନ୍ତି। ବେଦମନ୍ତ୍ର ଓ ପୂଜାପାଠରେ କମ୍ପୁଛି ଏକାମ୍ର କ୍ଷେତ୍ର।