ବାହାନଗା ଟ୍ରେନ ଦୁର୍ଘଟଣାରେ ମୃତ ଆଉ ୨୯ ଜଣ ଯାତ୍ରୀ ଚିହ୍ନଟ, ଆଜି ସଂପର୍କୀୟଙ୍କୁ ଦିଆଯିବ ମୃତଦେହ | News Room Odisha

ବାହାନଗା ଟ୍ରେନ ଦୁର୍ଘଟଣାରେ ମୃତ ଆଉ ୨୯ ଜଣ ଯାତ୍ରୀ ଚିହ୍ନଟ, ଆଜି ସଂପର୍କୀୟଙ୍କୁ ଦିଆଯିବ ମୃତଦେହ

ଭୁବନେଶ୍ବର – ବାହାନଗା ଟ୍ରେନ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଆଉ ୨୯ ଜଣଙ୍କ ମୃତଦେହ ଚିହ୍ନଟ ହୋଇଛି । ଭୁବନେଶ୍ୱର ଏମ୍ସରେ ରଖାଯାଇଥିବା ୮୧ଟି ମୃତଦେହ ମଧ୍ୟରୁ ୨୯ଟି ମୃତଦେହକୁ ଡିଏନଏ ଟେଷ୍ଟ ମାଧ୍ୟମରେ ଚିହ୍ନଟ କରାଯାଇଛି। ଚିହ୍ନଟ ମୃତଦେହଗୁଡ଼ିକୁ ଆଜି ନିକଟ ସମ୍ପର୍କୀୟଙ୍କୁ ହସ୍ତାନ୍ତର କରାଯିବ ।

ଏହି ଖର୍ଚ୍ଚ ସଂପୂର୍ଣ୍ଣ ଭାବେ ରାଜ୍ୟ ସରକାର ବହନ କରୁଛନ୍ତି। ଚିହ୍ନଟ ହୋଇଥିବା ୨୯ଟି ମୃତଦେହ ମଧ୍ୟରୁ ଗୋଟିଏ ମୟୂରଭଞ୍ଜ ଜିଲ୍ଲାର ହୋଇଥିବା ବେଳେ ଅନ୍ୟଗୁଡିକ ବିହାର ଓ ପଶ୍ଚିମବଙ୍ଗର ବୋଲି ଜଣାପଡ଼ିଛି।

ଆଞ୍ଚଳିକ ପରିବହନ ଅଧିକାରୀ ବିକାଶ ଚୌଧୁରୀ କହିଛନ୍ତି, ଚିହ୍ନଟ ମୃତଦେହଗୁଡିକୁ ସେମାନଙ୍କ ଗାଁକୁ ପଠାଇବା ପାଇଁ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ମାଗଣା ଆମ୍ବୁଲାନ୍ସ ସେବା ଯୋଗାଇ ଦିଆଯିବ। ମାଗଣାରେ ମୃତଦେହ ନେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।