୨୦୯ ନବନିଯୁକ୍ତ ପ୍ରାଣୀ ଚିକିତ୍ସକଙ୍କୁ ନିଯୁକ୍ତି ପତ୍ର ଦେବେ ମୁଖ୍ୟମନ୍ତ୍ରୀ | News Room Odisha

୨୦୯ ନବନିଯୁକ୍ତ ପ୍ରାଣୀ ଚିକିତ୍ସକଙ୍କୁ ନିଯୁକ୍ତି ପତ୍ର ଦେବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ନବନିଯୁକ୍ତ ୨୦୯ ପ୍ରାଣୀ ଚିକିତ୍ସକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବା ସହ ଦିଗଦର୍ଶନ ଦେବେ । ଏଥିପାଇଁ ଲୋକସେବା ଭବନରେ ଏକ କାର୍ଯ୍ୟକ୍ରମ ଆୟୋଜିତ ହୋଇଛି । ଏଥିସହ ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ପାଇଁ ମାଛଧରା ନିଷେଧ ଦ୍ଵାରା ପ୍ରଭାବିତ ୧୪,୨୨୮ ସାମୁଦ୍ରିକ ମତ୍ସ୍ୟଜୀବୀ ପରିବାରଙ୍କୁ ୨୧ କୋଟି ୩୪ ଲକ୍ଷ ଟଙ୍କାର ସହାୟତା ରାଶି ମୁଖ୍ୟମନ୍ତ୍ରୀ ପ୍ରଦାନ କରିବେ ।