ଆଜିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା | News Room Odisha

ଆଜିଠୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା

କଟକ- ଆଜିଠାରୁ ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ଆସନ୍ତା ୮ ତାରିଖ ଯାଏଁ ପରୀକ୍ଷା ଚାଲିବ । ଷ୍ଟେଟ ଓପନ ସ୍କୁଲ ପରୀକ୍ଷା ମଧ୍ୟ ଆଜି ଆରମ୍ଭ ହୋଇଛି ।

ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା ପାଇଁ ସାରା ରାଜ୍ୟରେ ୮୦ଟି କେନ୍ଦ୍ର କରାଯାଇଛି।

ଏଥର ୧ ହଜାର ୩୧୧ ଛାତ୍ରଛାତ୍ରୀ ସପ୍ଲିମେଣ୍ଟାରୀ ପରୀକ୍ଷା ଦେଉଛନ୍ତି। ୮ ହଜାର ୯ ଶହରୁ ଅଧିକ ଛାତ୍ରଛାତ୍ରୀ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଦେଉଛନ୍ତି । ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଛାତ୍ରଛାତ୍ରୀଙ୍କୁ ସିଧା ଯୁକ୍ତ ଦୁଇରେ ନାମ ଲେଖାଇବାକୁ ସୁଯୋଗ ମିଳିବ।