କଟକ , ବ୍ରହ୍ମପୁର ଓ ବୁର୍ଲା ମେଡିକାଲ କଲେଜର ଅଗ୍ନିସୁରକ୍ଷା ପାଇଁ ୪୫ ନୂଆ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ | News Room Odisha

କଟକ , ବ୍ରହ୍ମପୁର ଓ ବୁର୍ଲା ମେଡିକାଲ କଲେଜର ଅଗ୍ନିସୁରକ୍ଷା ପାଇଁ ୪୫ ନୂଆ ପଦବୀକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ୱର: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଓ ହସ୍ପିଟାଲ, ବ୍ରହ୍ମପୁର ଏମ୍. କେ.ସି.ଜି ମେଡିକାଲ କଲେଜ ଓ ହସ୍ପିଟାଲ ଏବଂ ବୁର୍ଲା ଭି.ଏସ୍.ଏସ୍ ମେଡିକାଲ କଲେଜ ଓ ହସ୍ପିଟାଲର ଅଗ୍ନି ସୁରକ୍ଷା ପାଇଁ ଅଗ୍ନିଶମ ବିଭାଗରେ ବିଭିନ୍ନ ସ୍ତରରେ ୪୫ ନୂତନ ପଦବୀକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅନୁମୋଦନ କରିଛନ୍ତି ।

ମଂଜୁରୀ ଲାଭ କରିଥିବା ଅଗ୍ନିଶମ ବିଭାଗର ଏହି ନୂତନ ପଦବୀଗୁଡିକ ହେଲା – ତିନି ଗୋଟି ଷ୍ଟେସନ ଅଫିସର, ଚାରିଗୋଟି ଲିଡ଼ିଙ୍ଗ ଫାଇରମେନ୍, ତିନି ଗୋଟି ହାବିଲଦାର, ତିନି ଗୋଟି ଫାଇରମେନ୍ ଡ୍ରାଇଭର ଏବଂ ୩୦ଟି ଫାଇରମେନ୍ ପଦବୀ । ଏହି ନୂତନ ପଦବୀ ସୃଷ୍ଟି ଦ୍ୱାରା ଉପରୋକ୍ତ ତିନୋଟି ମେଡିକାଲ କଲେଜ ଓ ହସ୍ପିଟାଲର ଅଗ୍ନି ନିରାପତ୍ତା ଅଧିକ ସୁଦୃଢ ହୋଇପାରିବ ।