ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ପ୍ରକ୍ରିୟା ଆରମ୍ଭ, ୨୪ଟି ସ୍ଥାନରେ ହେବ ଜିଓ ଟେକ୍ନିକାଲ ଇନଭେଷ୍ଟିଗେସନ

ଭୁବନେଶ୍ବର – କଟକ- ଭୁବନେଶ୍ବର ମେଟ୍ରୋ ରେଳ ପ୍ରକଳ୍ପ ପାଇଁ ପ୍ରାଥମିକ ପ୍ରକ୍ରିୟା ଆରମ୍ଭ ହୋଇଛି । କଟକର ତ୍ରିଶୂଳିଆ ଛକରୁ ଭୁବନେଶ୍ବରର ରାଜଭବନ ଛକ ଯାଏଁ ୨୪ଟି ସ୍ଥାନରେ ଜିଓ ଟେକନିକାଲ ଇନଭେଷ୍ଟିଗେସନ ହେବ। ବର୍ତ୍ତମାନ ୩୦ ଫୁଟ ତଳରୁ ମାଟି ଖନନ କରାଯାଉଛି। ପ୍ରତି ଦେଢ଼ ମିଟର ତଳର ମାଟିକୁ ପରୀକ୍ଷା କରାଯିବ। ମାଟି ପରୀକ୍ଷା ପରେ ଡିପିଆର ପ୍ରସ୍ତୁତ କରାଯାଇ ଦିଲ୍ଲୀ ମେଟ୍ରୋ ରେଳ ନିଗମ ରାଜ୍ୟ ସରକାରଙ୍କୁ ପ୍ରଦାନ କରିବ ।

କଟକ-ଭୁବନେଶ୍ବର-ଖୋର୍ଦ୍ଧା-ପୁରୀକୁ ସଂଯୋଗ କରି ପ୍ରସ୍ତାବିତ ମେଟ୍ରୋ ଟ୍ରେନ ଚଳାଚଳ କରିବ। ପ୍ରଥମ ପର୍ଯ୍ୟାୟରେ କଟକର ତ୍ରିଶୂଳିଆରୁ ଭୁବନେଶ୍ବର ବିମାନବନ୍ଦର ମଧ୍ୟରେ ରେଳ ଲାଇନ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ। ରାଜ୍ୟ ସରକାର ନିଜସ୍ବ ଅର୍ଥରେ ଏହି ପ୍ରକଳ୍ପ କରିବେ। ଏ ବର୍ଷ ଉତ୍କଳ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଘୋଷଣା କରିଥିଲେ।

Comments are closed.