ଆଜି ଜିଏସଟି ପରିଷଦ ବୈଠକ, କେନ୍ଦୁପତ୍ର ଉପରୁ ୧୮ ପ୍ରତିଶତ ଜିଏସଟି ହଟାଇବା ଦାବି ଉଠାଇବ ଓଡ଼ିଶା

ନୂଆଦିଲ୍ଲୀ – ଆଜି ବସିବାକୁ ଥିବା ଜିଏସଟି ପରିଷଦର ୫୦ତମ ବୈଠକରେ ଓଡ଼ିଶା କେନ୍ଦୁପତ୍ର ଉପରୁ ଜିଏସଟି ହଟାଇବା ଦାବି ପୁଣିଥରେ ଦୋହରାଇବ । ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ରାଜ୍ୟର ଦାବି ପୁଣି ଉଠାଇବେ । ଦୀର୍ଘ ବର୍ଷ ଧରି କେନ୍ଦୁପତ୍ର ଉପରୁ ୧୮ ପ୍ରତିଶତ ଜିଏସଟି ହଟାଇବାକୁ କେନ୍ଦ୍ର ପାଖରେ ଦାବି କରିଆସୁଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏନେଇ କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କୁ ଚିଠି ଲେଖିଛନ୍ତି । ବିଜେଡି ସାଂସଦମାନେ ମଧ୍ୟ ସଂସଦରେ ଏହି ପ୍ରସଙ୍ଗ ଉଠାଇଛନ୍ତି ।

ରାଜ୍ୟର ବିଭିନ୍ନ ଅଞ୍ଚଳର ପ୍ରାୟ ୮ ଲକ୍ଷ ଆଦିବାସୀ କେନ୍ଦୁପତ୍ର ତୋଳାଳି ଓ ବନ୍ଧାଳୀ ନିଜର ଜୀବନ ଜୀବିକା ନିର୍ବାହ କରନ୍ତି । ପରିବାରର ପେଟ ପୋଷିବା ପାଇଁ କେନ୍ଦୁପତ୍ର ହିଁ ସେମାନଙ୍କ ମୁଖ୍ୟ ରୋଜଗାର । କେନ୍ଦୁପତ୍ର ଉପରେ ୧୮ପ୍ରତିଶତ ଜିଏସଟି ଜଙ୍ଗଲ ଅଧିକାର ଆଇନ-୨୦୦୬ ଓ ପିଇଏସଏ ଆଇନ-୧୯୯୬କୁ ଉଲ୍ଲଂଘନ କରୁଛି ବୋଲି ରାଜ୍ୟ ସରକାର ଯୁକ୍ତି ଉପସ୍ଥାପନ କରିଛନ୍ତି।

Comments are closed.