କର୍ମବୀର ଗୌରୀଶଙ୍କରଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି

ଭୁବନେଶ୍ୱର – ସ୍ୱତନ୍ତ୍ର ଓଡ଼ିଶା ପ୍ରଦେଶ ଗଠନର ଅଗ୍ରଗଣ୍ୟ ବ୍ୟକ୍ତିତ୍ୱ କର୍ମବୀର ଗୌରୀଶଙ୍କର ରାୟଙ୍କ ଆଜି ଜୟନ୍ତୀ । କର୍ମବୀରଙ୍କୁ ଜୟନ୍ତୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ଓଡ଼ିଆ ଜାତିକୁ ଏକତ୍ରିତ କରିବା ସହ ଭାଷା-ସାହିତ୍ୟର ସୁରକ୍ଷା ଦିଗରେ ତାଙ୍କ ଦ୍ୱାରା ପ୍ରତିଷ୍ଠା ହୋଇଥିବା ‘ଉତ୍କଳ ଦୀପିକା’ ଉଲ୍ଲେଖନୀୟ ଭୂମିକା ନିର୍ବାହ କରିଥିଲା। ଅନେକ ଜନହିତକର କାର୍ଯ୍ୟରେ କର୍ମବୀର ଗୌରୀଶଙ୍କରଙ୍କ ଅବଦାନ ସର୍ବଦା ପ୍ରେରଣାର ଉତ୍ସ ହୋଇ ରହିଛି।

Comments are closed.