ଭୋରରୁ ରାଜ୍ୟର ବିଭିନ୍ନ ସ୍ଥାନରେ ଝିପିଝିପି ବର୍ଷା, ୧୮ ତାରିଖ ଯାଏଁ ଅନେକ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର – ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ଭୋରରୁ ସମୟରୁ ଝିପିଝିପି ବର୍ଷା ଲାଗି ରହିଛି । ଗତକାଲି ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ଵର, ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ନବରଙ୍ଗପୁର, ନୂଆପଡ଼ା ଓ ବଲାଙ୍ଗୀର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଆସନ୍ତା ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୧୬ ଓ ୧୭ ତାରିଖରେ ବର୍ଷା ପରିମାଣ ବୃଦ୍ଧି ପାଇବ । ୧୮ ତାରିଖରେ ଆଉ କିଛି ଜିଲ୍ଲାରେ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି ।

ଆସନ୍ତାକାଲି ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ କାଲିଠୁ ବର୍ଷାର ପରିମାଣ ବଢ଼ିବ । ଆସନ୍ତାକାଲି ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡ଼ା, କଳାହାଣ୍ଡି, କନ୍ଧମାଳ, ନୟାଗଡ଼, ସୁନ୍ଦରଗଡ଼, ଦେବଗଡ଼, ଝାରସୁଗୁଡ଼ା, ବରଗଡ଼, କେନ୍ଦୁଝର, ଅନୁଗୁଳ, ବୌଦ୍ଧ ଓ ସମ୍ବଲପୁର ଅଞ୍ଚଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Comments are closed.