ଲଘୁଚାପ ପ୍ରଭାବରେ ବର୍ଷା ଜାରି, ୮ଟି ଜିଲ୍ଲାକୁ ଅରେଞ୍ଜ ଓ ୧୧ଟି ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର – ବଙ୍ଗୋପସାଗରରେ ସୃଷ୍ଟ ଏକ ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟର ଅନେକ ଅଞ୍ଚଳରେ ବର୍ଷା ଜାରି ରହିଛି। ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୪ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଛି। ସୋମବାର ଅପରାହ୍ନ ମଧ୍ୟରେ ପଶ୍ଚିମ ଓଡ଼ିଶାର ୮ ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୧୨ରୁ ୨୦ସେମି)ର ସମ୍ଭାବନା ରହିଥିବାରୁ ଏ ସବୁ ଜିଲ୍ଲାକୁ ଅରେଞ୍ଜ ଆଲର୍ଟ ଜାରି କରାଯାଇଥିବା ବେଳେ ଉତ୍ତର, ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାର ୧୧ଟି ଜିଲ୍ଲାରେ ପ୍ରବଳ ବର୍ଷା (୭ରୁ ୧୧ ସେମି)ର ସମ୍ଭାବନା ରହିଛି । ଏ ସବୁ ଜିଲ୍ଲା ପାଇଁ ୟେଲୋ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର।

Comments are closed.