ଆଉ ଏକ ଘୂର୍ଣ୍ଣିବଳୟ ପ୍ରଭାବରେ ୧୯ରୁ ୨୨ ଯାଏଁ ପ୍ରବଳ ବର୍ଷିବ | News Room Odisha

ଆଉ ଏକ ଘୂର୍ଣ୍ଣିବଳୟ ପ୍ରଭାବରେ ୧୯ରୁ ୨୨ ଯାଏଁ ପ୍ରବଳ ବର୍ଷିବ

ଭୁବନେଶ୍ବର – ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ରାଜ୍ୟରେ ୧୯ରୁ ୨୨ ତାରିଖ ଯାଏଁ ବିସ୍ତୃତ ବର୍ଷା ସମ୍ଭାବନା ରହିଛି। କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ମଧ୍ୟ ହୋଇପାରେ । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଏହି ସୂଚନା ମିଳିଛି।

ଗତକାଲି ରାଜ୍ୟର ଅଧିକାଂଶ ଅଞ୍ଚଳ‌ରେ ମେଘୁଆ ପାଗ ରହିଥିବା ବେଳେ କିଛି ଅଞ୍ଚଳରେ ବର୍ଷା ଜାରି ରହିଛି। ରବିବାରର ଲଘୁଚାପ କ୍ଷେତ୍ର ସୋମବାର ଦିନ ଦୁର୍ବଳ ହୋଇଥିଲେ ହେଁ ଏହାସହ ଜଡ଼ିତ ଘୂର୍ଣ୍ଣିବଳୟ ପଶ୍ଚିମ ଝାଡ଼ଖଣ୍ଡ ଓ ପାର୍ଶ୍ବବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ୭.୬ କିମି ଯାଏ ବ୍ୟାପିଛି। ଏହାର ପ୍ରଭାବରେ ଓଡ଼ିଶାର କିଛି ଆଭ୍ୟନ୍ତରୀଣ ଜିଲ୍ଲାରେ ସୋମବାର ଦିନ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଯାଇଛି।