ମିଶନ ଶକ୍ତି ଗୋଷ୍ଠୀ ଓ ପୌରସଂସ୍ଥା ଅଧିକାରୀଙ୍କୁ ନେଇ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ ଦକ୍ଷତା ବିକାଶ କାର୍ଯ୍ୟକ୍ରମ
ବରଗଡ଼: ବରଗଡ଼ ଜିଲ୍ଲା ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ପକ୍ଷରୁ ସ୍ଥାନୀୟ ଗଙ୍ଗାଧର କଲ୍ୟାଣ ମଣ୍ଡପ ଠାରେ ମିଶନ ଶକ୍ତି ଗୋଷ୍ଠୀ ଓ ପୌରସଂସ୍ଥା ଅଧିକାରୀ ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ (ମୁକ୍ତା) ବିଷୟରେ ଏକ ଦକ୍ଷତା ବିକାଶ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଏନଏସି ଅଧ୍ୟକ୍ଷ ଦିନେଶ ଗହୀର, ଉପାଧ୍ୟକ୍ଷା ସୁପ୍ରିୟା ଜେନା, ଏନଏସି କାର୍ଯ୍ୟ ନିର୍ବାହୀ ଅଧିକାରୀ ଭୁବନ ଶତପଥି ପ୍ରମୁଖ ସମ୍ମାନିତ ଅତିଥି ଭାବେ ଯୋଗଦେଇ ଦେଇଥିଲେ ।
ରାଜ୍ୟ ସରକାରଙ୍କ ମୁଖ୍ୟମନ୍ତ୍ରୀ କର୍ମ ତତ୍ପର ଅଭିଯାନ ଓଡ଼ିଶାରେ ପ୍ରଥମେ ୨୦ ଫେବୃଆରୀ ୨୦୨୧ ମସିହା ରେ ଏହାକୁ ପୂର୍ଣ୍ଣାଙ୍ଗ ରୂପରେ ଘୋଷଣା କରିଥିଲା। ୧୭ ନଭେମ୍ବର ୨୦୨୨ ମସିହା ରେ ଏହାର ପୂର୍ଣ୍ଣାଙ୍ଗ ସଂଶୋଧିତ ମାର୍ଗଦର୍ଶିକା ଜାରି କରାଯାଇଥିବା ଏହି ଯୋଜନାକୁ କିଭଳି ସଫଳ ରୂପାୟନ କରିବା ଏବଂ ଏହାର ଦକ୍ଷତା ବିକାଶ କରିବା ଦିଗରେ କାର୍ଯ୍ୟକ୍ରମ ରେ ଉପସ୍ଥିତ ରହିଥିବା ବିଜ୍ଞାପିତ ଅଞ୍ଚଳ ପରିଷଦର ସମସ୍ତ କାଉନସିଲର , ମିଶନ ଶକ୍ତି ଗୋଷ୍ଠୀ ଓ ପୌର ସଂସ୍ଥା ଅଧିକାରୀ ମାନଙ୍କୁ ତାଲିମ ଦେବା ତଥା ଦକ୍ଷତା ବିକାଶ କରାଇବା ନିମନ୍ତେ କୋଡ଼ିନେଟର ଆସି ତାଲିମ ପ୍ରଦାନ କରିଥିଲେ ।
ଏହି କାର୍ଯ୍ୟକ୍ରମକୁ ବରପାଲି ବିଜ୍ଞାପିତ ଅଞ୍ଚଳ ପରିଷଦ ମୁକ୍ତା ସେଲ ପ୍ରଜେକ୍ଟ କୋର୍ଡ଼ିନେଟର୍ ପ୍ରଦୀପ ପଧାନ ପରିଚାଳନା କରି ଥିବା ବେଳେ ବହୁ ସଂଖ୍ୟାରେ ମିଶନ ଶକ୍ତି ଗୋଷ୍ଠୀର ମହିଳାମାନେ ଯୋଗଦାନ କରିଥିଲେ।
Comments are closed.