ଆଜିଠୁ ସଂସଦର ମୌସୁମୀ ଅଧିବେଶନ: ୯ଟି ପ୍ରସଙ୍ଗ ଉପରେ ବିଜେଡିର ଫୋକସ  | News Room Odisha

ଆଜିଠୁ ସଂସଦର ମୌସୁମୀ ଅଧିବେଶନ: ୯ଟି ପ୍ରସଙ୍ଗ ଉପରେ ବିଜେଡିର ଫୋକସ 

ନୂଆଦିଲ୍ଲୀ – ଆଜିଠୁ ଆରମ୍ଭ ହେଉଛି ସଂସଦର ମୌସୁମୀ ଅଧିବେଶନ । ଏହି ଅଧିବେଶନରେ ସଂସଦର ଉଭୟ ଗୃହରେ ମୁଖ୍ୟତଃ ୯ଟି ପ୍ରସଙ୍ଗ ଉଠାଇବା ପାଇଁ ବିଜେଡି ପକ୍ଷରୁ ନିଷ୍ପତ୍ତି ନିଆଯାଇଛି । ରାଜ୍ୟସଭା ସଦସ୍ୟ ଡକ୍ଟର ସସ୍ମିତ ପାତ୍ର ଏହି ସୂଚନା ଦେଇଛନ୍ତି। ମହିଳା ସଂରକ୍ଷଣ ବିଲ୍, ସ୍ବତନ୍ତ୍ର ଫୋକସ୍ ରାଜ୍ୟ ମାନ୍ୟତା ଦାବି ଏବଂ ପିଏମଜିକେଏଓ୍ବାଇରେ ୭ ଲକ୍ଷ ଲୋକଙ୍କ ପାଇଁ ଘର ଏବଂ ପିଏମଏଓ୍ବାଇରେ ୫ କେଜି ଚାଉଳ ପୁଣି ଦେବାକୁ ଦାବି କରିବ ବିଜେଡି । ଚାଷୀଙ୍କ ସ୍ବାର୍ଥ ପାଇଁ ବଳକା ଚାଉଳ ଉଠାଣ, ଏମଏସପି ଏବଂ ଠିକ୍ ସମୟରେ ଫସଲ କିଣାବିକା ପ୍ରସଙ୍ଗ ମଧ୍ୟ ଦଳ ସଂସଦରେ ଉଠାଇବ । ଏଥିସହ ସାର ଯୋଗାଣ, ଯୋଗାଯୋଗ ଭିତ୍ତିଭୂମି, କେନ୍ଦୁପତ୍ରରୁ ୧୮ ପ୍ରତିଶତ ଜିଏସଟି ହଟାଇବା ନେଇ ଗୃହରେ ଦାବି ଉପସ୍ଥାପନ କରିବ ବିଜେଡି ।

ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଗତ ୧୮ ତାରିଖରେ ଅନୁଷ୍ଠିତ ବିଜେଡି ସଂସଦୀୟ ଦଳ ବୈଠକରେ ଏନେଇ ରଣନୀତି ଚୂଡାନ୍ତ ହୋଇଥିଲା । ମୌସୁମୀ ଅଧିବେଶନରେ ରାଜ୍ୟ ସ୍ୱାର୍ଥ୍ୟ ସମ୍ପର୍କିତ ପ୍ରସଙ୍ଗଗୁଡିକୁ ଦୃଢ ଭାବେ ଉଠାଇବା ଦଳର ସବୁ ସାଂସଦଙ୍କୁ ପରାମର୍ଶ ଦେଇଥିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ।