ଆଜି ଲଘୁଚାପ, ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ | News Room Odisha

ଆଜି ଲଘୁଚାପ, ଆସନ୍ତା ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର – ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ଲଘୁଚାପରେ ପରିଣତ ହେବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଗାମୀ ୨୪ ଘଣ୍ଟାରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।

କୋରାପୁଟ, ମାଲକାନିଗିରି, ଗଞ୍ଜାମ, ଗଜପତି ସମେତ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ । ରାୟଗଡ଼ା, ବୌଦ୍ଧ, ସୋନପୁର ଆଦି ୧୩ ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିଭଳି ଆଭ୍ୟନ୍ତରୀଣ ଓ ପଶ୍ଚିମ ଓଡ଼ିଶାରେ ମଧ୍ୟ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି।

ମାଲକାନଗିରି ଓ କୋରାପୁଟରେ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା ସମ୍ଭାବନା ଥିବାରୁ ତଳିଆ ଅଞ୍ଚଳରେ ପାଣି ଜମିପାରେ । ଏ ନେଇ ସତର୍କ ରହିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।