ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର

ସମ୍ବଲପୁର – ଲଘୁଚାପ ପ୍ରଭାବରେ ଉପରମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦ ଜଳଭଣ୍ଡାରର ଜଳସ୍ତର ବଢୁଛି । ଆଜି ସକାଳ ୬ଟା ସୁଦ୍ଧା ଜଳଭଣ୍ଡାରର ଜଳସ୍ତର ୬୧୩ ଫୁଟ ଥିଲା । ପ୍ରତି ସେକେଣ୍ଡରେ ୧ ଲକ୍ଷ ୪୦ ହଜାର ୫୭୫ ଘନଫୁଟ ବନ୍ୟାଜଳ ଜଳଭଣ୍ଡାରକୁ ପ୍ରବେଶ କରୁଥିବା ବେଳେ ନିଷ୍କାସିତ ହେଉଛି ୪୦ ହଜାର ଘନଫୁଟ ବନ୍ୟାଜଳ । ସେପଟେ ଆସନ୍ତା ୨୩ ତାରିଖରେ ହୀରାକୁଦର ଛଡାଯିବ ବର୍ଷର ପ୍ରଥମ ବନ୍ୟାଜଳ । ଆସନ୍ତା ରବିବାର ସକାଳ ୯ଟାରେ ପୂଜାର୍ଚ୍ଚନା ପରେ ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହେବ । ଏଥିପାଇଁ ସତର୍କତା ଜାରି କରିଛନ୍ତି ହୀରାକୁଦ ବନ୍ଧ କର୍ତ୍ତୃପକ୍ଷ ।

Comments are closed.