ନବୀନ ଦେଶର ଦ୍ୱିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ, ଜ୍ୟୋତି ବସୁଙ୍କ ସହ ସମକକ୍ଷ 

ଭୁବନେଶ୍ବର -ମୁଖ୍ୟମନ୍ତ୍ରୀ ଭାବେ ନବୀନଙ୍କ ନୂଆ ରେକର୍ଡ । ଦେଶର ଦ୍ବିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ ହେଲେ ନବୀନ ପଟ୍ଟନାୟକ । ଏ କ୍ଷେତ୍ରରେ ସେ ପଶ୍ଚିମବଙ୍ଗର ପୂର୍ବତନ ମୁଖ୍ୟମନ୍ତ୍ରୀ ଜ୍ୟୋତି ବସୁଙ୍କ ସହ ସମକକ୍ଷ ହୋଇଛନ୍ତି। ୨୦୦୦ ମସିହା ମାର୍ଚ୍ଚ ୫ ତାରିଖରେ ପ୍ରଥମ ଥର ପାଇଁ ଓଡ଼ିଶାର ମୁଖ୍ୟମନ୍ତ୍ରୀ ହୋଇଥିଲେ ନବୀନ ପଟ୍ଟନାୟକ । ଦେଶରେ ସେ ଦ୍ୱିତୀୟ ଦୀର୍ଘତମ ଅବଧିର ମୁଖ୍ୟମନ୍ତ୍ରୀ ଭାବେ ରେକର୍ଡ କରିଛନ୍ତି । ଜ୍ୟୋତି ବସୁ ପଶ୍ଚିମବଙ୍ଗରେ ସିପିଏମର ୩୪ ବର୍ଷ ସରକାରରେ ୨୩ ବର୍ଷ ୧୩୮ ଦିନ ମୁଖ୍ୟମନ୍ତ୍ରୀ ରହିଥିଲେ । ଏହି ରେକର୍ଡ ସହ ଆଜି ସମକକ୍ଷ ହୋଇଛନ୍ତି ନବୀନ ।

୧୯୯୭ ମସିହାରେ ଆରମ୍ଭ ହୋଇଥିଲା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରାଜନୈତିକ ଜୀବନ। ମାର୍ଚ୍ଚ ୨୦୦୦ରେ ସେ ପ୍ରଥମ ଥର ପାଇଁ ଓଡିଶାର ମୁଖ୍ୟମନ୍ତ୍ରୀ ହୋଇଥିଲେ। ସେହି ଦିନଠାରୁ ଆଜି ପର୍ଯ୍ୟନ୍ତ ନବୀନ ମୁଖ୍ୟମନ୍ତ୍ରୀ ଭାବେ କାର୍ଯ୍ୟ କରୁଛନ୍ତି । ଦେଶରେ ଲମ୍ବା ସମୟ ଧରି ମୁଖ୍ୟମନ୍ତ୍ରୀ ପଦରେ ରହିବାରେ ପ୍ରଥମ ସ୍ଥାନରେ ରହିଛନ୍ତି ସିକିମର ପୂର୍ବତନ ମୁଖ୍ୟମନ୍ତ୍ରୀ ପଓ୍ବନ କୁମାର ଚାମଲିଙ୍ଗ ।

୨୩ ବର୍ଷ ଶାସନରେ ନବୀନ ପଟ୍ଟନାୟକ ଓଡିଶାର ଅର୍ଥନୀତି, ଶିକ୍ଷା, ସ୍ୱାସ୍ଥ୍ୟ ଏବଂ ଖାଦ୍ୟ ନିରାପତ୍ତା କ୍ଷେତ୍ରରେ ବୈପ୍ଳବିକ ପରିବର୍ତ୍ତନ ଆଣିଛନ୍ତି । ନବୀନଙ୍କ ମୁଖ୍ୟମନ୍ତ୍ରୀତ୍ୱରେ ଓଡ଼ିଶାରେ ଶିଳ୍ପାୟନରେ ନୂଆ ଅଧ୍ୟାୟ ଆରମ୍ଭ ହୋଇଛି । ବିଦେଶ ପୁଞ୍ଜି ନିବେଶରେ ଓଡ଼ିଶା ଦେଶରେ ଦ୍ବିତୀୟ ସ୍ଥାନରେ ରହିଛି । ବିଜେଡି ସୁପ୍ରିମୋଙ୍କ ଦୃଢ଼ ନେତୃତ୍ୱ ଓ ସ୍ଥିର ସରକାର ଯୋଗୁଁ ହିଁ ଏସବୁ ସମ୍ଭବ ହୋଇପାରିଛି । ମୁଖ୍ୟମନ୍ତ୍ରୀ ଭାବେ ନବୀନଙ୍କ ଅନେକ ଜନକଲ୍ୟାଣ ଯୋଜନା ଦେଶକୁ ବାଟ ଦେଖାଇଛି ।

Comments are closed.