ଆଜି ବଙ୍ଗୋପସାଗରରେ ସୃଷ୍ଟି ହେବ ଆଉ ଏକ ଘୂର୍ଣ୍ଣିବଳୟ, କାଲିଠୁ ବଢିବ ବର୍ଷାର ବିସ୍ତୃତି ଓ ପରିମାଣ

ଭୁବନେଶ୍ୱର -ରାଜ୍ୟରେ ସକ୍ରିୟ ମୌସୁମୀ ଓ ଲଘୁଚାପ ଯୋଗୁଁ ବିଭିନ୍ନ ସ୍ଥାନରେ ବର୍ଷା ହୋଇଥିବା ବେଳେ ଆଜି ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାକୁ ଯାଉଛି। ଘୂର୍ଣ୍ଣିବଳୟ ସୃଷ୍ଟିର ୨୪ ଘଣ୍ଟାରେ ଆଉ ଏକ ଲଘୁଚାପ ସୃଷ୍ଟି ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ୨୪ତାରିଖ ବେଳକୁ ପଶ୍ଚିମ-କେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ଘଣ୍ଟା ମଧ୍ୟରେ ସମାନ ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି | ସମ୍ଭାବ୍ୟ ଲଘୁଚାପ ପ୍ରଭାବରେ ରାଜ୍ୟରେ ଆସନ୍ତାକାଲିଠାରୁ ବର୍ଷାର ପରିମାଣ ଏବଂ ବିସ୍ତୃତି ବଢିବା ନେଇ ପୂର୍ବାନୁମାନ କରାଯାଇଛି।

Comments are closed.