ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ, ଅବପାତର ରୂପ ନେବା ସମ୍ଭାବନା

ଭୁବନେଶ୍ବର – ପଶ୍ଚିମ-କେନ୍ଦ୍ରୀୟ ଓ ତତସଂଲଗ୍ନ ଉତ୍ତର-ପଶ୍ଚିମ ବଙ୍ଗୋପ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଆହୁରି ଘନୀଭୂତ ହେବା ସହ ଆସନ୍ତା ୨୬ ତାରିଖ ବେଳକୁ ଅବପାତର ରୂପ ନେବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ କହିଛି । ଏହି ଅବପାତର ପ୍ରଭାବରେ ଓଡ଼ିଶା, ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା ଓ ଛତିଶଗଡ଼ରେ ଆଗାମୀ ୨୭ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।

Comments are closed.