ଅବପାତରେ ପରିଣତ ହୋଇପାରେ ଲଘୁଚାପ, ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 

ଭୁବନେଶ୍ୱର – ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବ । ଏହାର ପ୍ରଭାବରେ ଆଜିଠୁ ୨୭ ତାରିଖ ଯାଏଁ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ଚେତାବନୀ ଦେଇଛି ।

ଆଜିଠୁ ଆସନ୍ତକାଲି ସକାଳ ଯାଏଁ ୬ଟି ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ଓ ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି, ଗଞ୍ଜାମ ଓ ପୁରୀ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । କଟକ, ଖୋର୍ଦ୍ଧା, ଜଗତସିଂହପୁର, ନୟାଗଡ, କନ୍ଧମାଳ, କଳାହାଣ୍ଡି, ନବରଙ୍ଗପୁର, ବଲାଙ୍ଗିର ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।ଏହି ସମୟ ମଧ୍ୟରେ ସମୁଦ୍ର ଅଶାନ୍ତ ରହୁଥିବାରୁ ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି । ବର୍ଷା ଯୋଗୁଁ ତଳିଆ ଅଞ୍ଚଳରେ ପାଣିଜମିବା ସମ୍ଭାବନା ରହିଛି । ଏହାଛଡା ଯାତାୟତ ବାଧାପ୍ରାପ୍ତ ହେବା ସହ ସହରରେ ଟ୍ରାଫିକ ସମସ୍ୟା ଦେଖା ଦେଇପାର ବୋଲି ପାଣିପାଗ ବିଭାଗ ସତର୍କ କରାଇଦେଇଛି ।

Comments are closed.