ପୂର୍ବତନ ବିଧାୟକ ରମେଶ ସୋରେନଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ | News Room Odisha

ପୂର୍ବତନ ବିଧାୟକ ରମେଶ ସୋରେନଙ୍କ ଦେହାନ୍ତରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର – ମୟୂରଭଞ୍ଜ ଜିଲ୍ଲାର ତତ୍କାଳୀନ ଖୁଣ୍ଟାର ପୂର୍ବତନ ବିଧାୟକ ରମେଶ ସୋରେନଙ୍କ ଦେହାନ୍ତରେ ଦୁଃଖ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଜନପ୍ରତିନିଧି ଭାବେ ସ୍ୱର୍ଗତ ସୋରେନଙ୍କ ଉତ୍ସର୍ଗୀକୃତ କାର୍ଯ୍ୟ ସର୍ବଦା ସ୍ମରଣୀୟ ରହିବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ସେ ତାଙ୍କ ଅମର ଆତ୍ମାର ସଦଗତି କାମନା କରିବା ସହ ଶୋକସନ୍ତପ୍ତ ପରିବାର ସଦସ୍ୟଙ୍କ ପ୍ରତି ସମବେଦନା ଜଣାଇଛନ୍ତି।