ସୁଦୃଶ୍ୟ ଲଘୁଚାପରେ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ, ୨୪ ଘଣ୍ଟାରେ ୧୨ ଜିଲ୍ଲାରେ ପ୍ରବଳ ବର୍ଷିବ | News Room Odisha

ସୁଦୃଶ୍ୟ ଲଘୁଚାପରେ କ୍ଷେତ୍ରରେ ପରିଣତ ହେଲା ଲଘୁଚାପ, ୨୪ ଘଣ୍ଟାରେ ୧୨ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର – ପଶ୍ଚିମ କେନ୍ଦ୍ର ଏବଂ ତତସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ସୁଦୃଶ୍ୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି। ଏହା ଆସନ୍ତା ୨୪ ଘଣ୍ଟାରେ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। କ୍ରମଶଃ ଏହା ଉତ୍ତର ପଶ୍ଚିମ ଦିଗକୁ ଗତି କରି ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଦକ୍ଷିଣ ଓଡ଼ିଶା ଉପକୂଳ ଦେଇ ଗତି କରିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।

ଏଣେ ଆସନ୍ତା ୨୪ ଘଣ୍ଟା ପାଇଁ ୧୨ ଜିଲ୍ଲାକୁ ପ୍ରବଳ ବର୍ଷା ଚେତାବନୀ ଜାରି ହୋଇଛି। ଗଜପତି, ଗଞ୍ଜାମ, ମାଲକାନଗିରି, କୋରାପୁଟକୁ ଅତିପ୍ରବଳ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଥିବା ବେଳେ ପୁରୀ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ, ରାୟଗଡ଼ା, ନବରଙ୍ଗପୁର, ମୟୂରଭଂଜ ଓ କଳାହାଣ୍ଡି ଜିଲ୍ଲାକୁ ପ୍ରବଳ ବର୍ଷା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି।