ବିଳମ୍ବିତ ନ୍ୟାୟ ପାଇଁ ଅନେକ ଜୀବନ ଜେଲରେ କଟୁଛି : ରାଷ୍ଟ୍ରପତି  | News Room Odisha

ବିଳମ୍ବିତ ନ୍ୟାୟ ପାଇଁ ଅନେକ ଜୀବନ ଜେଲରେ କଟୁଛି : ରାଷ୍ଟ୍ରପତି 

କଟକ – ସମସ୍ତଙ୍କୁ ତ୍ୱରିତ ନ୍ୟାୟ ପ୍ରଦାନ ଉପରେ ଗୁରୁତ୍ଵାରୋପ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବିଳମ୍ବିତ ନ୍ୟାୟ ପ୍ରଦାନ ପାଇଁ ଅନେକ ହଇରାଣ ହେଉଛନ୍ତି ଓ ଏଥିପାଇଁ ଅନେକ ଜୀବନ ଜେଲରେ କଟୁଛି । ନ୍ୟାୟ ବିଳମ୍ବ ପାଇଁ ପୀଡ଼ିତ ମଧ୍ୟ ହତାଶ ହୋଇପଡୁଛି ବୋଲି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜି ଓଡ଼ିଶା ହାଇକୋର୍ଟର ୭୫ତମ ପ୍ରତିଷ୍ଠା ଦିବସ ଉତ୍ସବରେ ଯୋଗ ଦେଇ କହିଛନ୍ତି। କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ରାଷ୍ଟ୍ରପତି କହିଛନ୍ତି ଯେ, ତ୍ୱରିତ ନ୍ୟାୟ ଉଭୟ ପୀଡ଼ିତ ଓ ନିର୍ଦ୍ଦୋଷଙ୍କୁ ସହାୟ ହେବ । ସମାଜର ଅନେକ ବର୍ଗ ମାମଲା ଲଢ଼ିବାକୁ ସମର୍ଥ ନୁହଁନ୍ତି । ବଞ୍ଚିତ ବର୍ଗଙ୍କୁ କିଭଳି ନ୍ୟାୟ ପ୍ରଦାନ କରାଯିବ ସେ ନେଇ ଗୁରୁତ୍ୱ ଦିଆଯିବା ଉଚିତ ବୋଲି ମୁର୍ମୁ କହିଛନ୍ତି।

କାର୍ଯ୍ୟକ୍ରମରେ ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ, ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା , ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ ଏସ୍. ମୁରଲୀଧର ଓ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ଥିଲେ।