୨୦୨୪ ଫେବ୍ରୁଆରୀ ୨୦ରୁ ମାଟ୍ରିକ ପରୀକ୍ଷା, ଅକ୍ଟୋବରରେ ଫର୍ମ ପୂରଣ  | News Room Odisha

୨୦୨୪ ଫେବ୍ରୁଆରୀ ୨୦ରୁ ମାଟ୍ରିକ ପରୀକ୍ଷା, ଅକ୍ଟୋବରରେ ଫର୍ମ ପୂରଣ 

କଟକ – ମାଧ୍ୟମିକ ଶିକ୍ଷା ପରିଷଦ (ବୋର୍ଡ )ପକ୍ଷରୁ ମାଟ୍ରିକ ପରୀକ୍ଷା ତାରିଖ ଘୋଷଣା କରାଯାଇଛି । ୨୦୨୪ ଫେବ୍ରୁଆରି ୨୦ତାରିଖରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା। ମାର୍ଚ୍ଚ ୪ ତାରିଖ ଯାଏଁ ଚାଲିବ ପରୀକ୍ଷା। ମାଟ୍ରିକ ସହ ମଧ୍ୟମା, ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ହେବ। ଏ ନେଇ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦର ସଭାପତି ଏକ ସାମ୍ବାଦିକ ସମ୍ମିଳନୀରେ ‌ଘୋଷଣା କରିଛନ୍ତି।

ମାଟ୍ରିକ ପରୀକ୍ଷା ପାଇଁ ଏ ବର୍ଷ ଅକ୍ଟୋବର ମାସରେ ଫର୍ମପୂରଣ ହେବ। ମାର୍ଚ୍ଚ ୧୨ରୁ ମାଟ୍ରିକ୍ ଖାତାଦେଖା ଆରମ୍ଭ ହେବ। ପରୀକ୍ଷା ସଂପର୍କରେ ବିସ୍ତୃତ ବିବରଣୀ ପରେ ପ୍ରକାଶ କରାଯିବ ବୋଲି ଓଡିଶା ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ କୁହାଯାଇଛି।